You are here

Jaha Kali Jaha Paili (Paperback)

Jaha Kali Jaha Paili By Gagan Behari Panigrahi Cover Image
$18.00
Usually Ships in 1-5 Days

Description


କଥାରେ ଅଛି "ମଣିଷ ପରିସ୍ଥିତିର ଦାସ ।" ପରିସ୍ଥିତିକୁ ମୁକାବିଲା କରିବା ମଣିଷର କାମ । ପରିସ୍ଥିତି କେତେବେଳେ ନିଜ ଆୟତ୍ତରେ ରହେ ତ କେତେବେଳେ ଅଣଆୟତ୍ତ । କର୍ମ କରି ସୁଦ୍ଧା ପରିସ୍ଥିତି ବେଳେବେଳେ ଅଣଆୟତ୍ତକୁ ଚାଲିଯାଏ, ଯାହା କି ଆମେ ଭାଗ୍ୟ ବୋଲି କହିଥାଉ । ତେଣୁ ମୁଁ ଭାବେ ଜୀବନ ହେଉଛି କର୍ମ ଓ ଭାଗ୍ୟ ଭିତରେ ଚାଲିଥିବା ଏକ ଖେଳ । ଭାଗ୍ୟ ଯେ ସବୁବେଳେ ବିପରୀତ ହୁଏ ତା' ନୁହଁ ବେଳେ ବେଳେ ଜଟିଳ ପରିସ୍ଥିତିରେ ଭାଗ୍ୟ ଅନୁକୂଳ ଅବସ୍ଥା ସୃଷ୍ଟି କରି ନିରାପଦ ଜାଗାକୁ ବାଟ କଢ଼େଇ ନିଏ । ସେମିତି ଅନେକ କିଛି ଘଟଣା ବି ମୋ ଜୀବନରେ ଘଟିଛି, କେତେବେଳେ ତାହା ଆୟତ୍ତରେ ରହିଛି, କେତେବେଳେ ପୁଣି ଅଣଆୟତ୍ତ । କର୍ମ ଓ ଭାଗ୍ୟର ସମିଶ୍ରଣରେ 'ସାପ ଓ ସିଡ଼ି' ଖେଳ ଭଳି ଜୀବନ ଉତ୍ଥାନ ପତନ ଦେଇ ଗତି କରିଛି, ତେଣୁ ମୋ ଜୀବନ ଏକ ଊର୍ଦ୍ଧ୍ୱଗାମୀ ସରଳ ରେଖା ବୋଲି କହି ହେବନି, ବରଂ ଉତ୍ଥାନ ପତନ ସମ୍ବଳିତ ଏକ ବକ୍ରରେଖା । ଏହି ଉତ୍ଥାନ ପତନ ସହିତ ମୋର କେତେଜଣ ଶୁଭାକାଙ୍]କ୍ଷୀ ଓ ଅନ୍ତରଙ୍ଗ ବନ୍ଧୁ ପରିଚିତ ଥିଲେ ହେଁ ଏହାକୁ ଲୋକଲୋଚନକୁ ଆଣିବାକୁ ଯାଇ ଏ ଲେଖାର ପ୍ରୟାସ ମାତ୍ର । ପ୍ରଥମରୁ ମୁଁ କହି ରଖେ ଏହା ଏକ ଆତ୍ମଜୀବନୀ ନୁହଁ । ଆତ୍ମଜୀବନୀ ଲେଖିବାର ଧୃଷ୍ଟତା ମୋର କରିବାର ନାହିଁ । ଜୀବନରେ ପାରିବାରିକ, ସାମାଜିକ ଓ ଅର୍ଥନୈତିକ ଝଡ଼ଝଞ୍ଜାକୁ ମୁଁ କିପରି ସାମନା କରିଛି ଓ ମୋର ପରିବାର ଲୋକେ କେମିତି ମୋ ସହିତ ସହଯୋଗ କରିଛନ୍ତି ସେଗୁଡ଼ିକ ଗଳ୍ପ ମାଧ୍ୟମରେ ଏଥିରେ ଲେଖି ଦେଇଛି । ଏ ପୁସ୍ତକରେ ଯାହା ସବୁ ଗଳ୍ପ ମାଧ୍ୟମରେ ଲେଖା ଯାଇଛି ଆଶା କରୁଛି ତାହା ମୋ ଜୀବନର ମୂଲ୍ୟବୋଧ ଯଥା ଜାତିପ୍ରଥା, ବିଭିନ୍ନ ଧର୍ମ ଉପରେ ମୋର ମତ, ସମାଜର ସବୁ ଶ୍ରେଣୀର ଲୋକଙ୍କ ସହିତ ମିଶ୍ରଣ, ନିଶାଦ୍ରବ୍ୟ ନିଷେଧ ଓ ନିଶା ନିବାରଣ, ସମାଜ ସେବା, ଯୌତୁକପ୍ରଥାର ବିରୋଧ, ବିବାହ ସମୟରେ ଅଯଥା ଅପବ୍ୟୟ ନକରିବା, କଳା, ସାହିତ୍ୟ ଓ ସଂସ୍କୃତି ଉପରେ ଆଗ୍ରହ ରଖିବା, ଏ ସବୁ ଉପରେ ଆଲୋକପାତ କରିବାକୁ ସକ୍ଷମ ହେବ । ଆଶାକରେ ଏହା ସହୃଦୟ ପାଠକ ଓ ପାଠିକାମାନଙ୍କର ପଠନଯୋଗ୍ୟ ହେବ ।


- ଡକ୍ଟର ଗଗନ ବିହାରୀ ପାଣିଗ୍ରାହୀ



Product Details
ISBN: 9781645602514
ISBN-10: 1645602516
Publisher: Black Eagle Books
Publication Date: March 3rd, 2022
Pages: 402
Language: Oriya